ପରୀ ହତ୍ୟା ମାମଲାରେ SIT ପକ୍ଷରୁ ଦାଖଲ ହେଲା ଚାଞ୍ଚଲ୍ୟକର ତଥ୍ୟ

ଭୁବନେଶ୍ୱର: ଆଜି ହାଇକୋର୍ଟରେ ନୟାଗଡ଼ ପରୀ ହତ୍ୟା ମାମଲାରେ SIT ପକ୍ଷରୁ ଦାଖଲ ରିପୋର୍ଟରେ ଆସିଲା ଚାଞ୍ଚଲ୍ୟକର ତଥ୍ୟ | ପରୀକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ନେଇ ରିପୋର୍ଟରେ ସୂଚନା ଦିଆଯାଇଛି | ହତ୍ୟାର ମୂଳ କାରଣ ଦୁଷ୍କର୍ମ ବୋଲି ରିପୋର୍ଟରେ ଉଲ୍ଲେଖ ଥିବା ସୂଚନା ମିଳିଛି | କେବଳ ସେତିକି ନୁହେଁ ଦୁଷ୍କର୍ମକାରୀ ମଧ୍ୟ ସେହି ନୟାଗଡ଼ ଯଦୁପୁରର ବୋଲି ସୂଚନା ମିଳିଛି। ହତ୍ୟା ପୂର୍ବରୁ ପରୀ ସହ ଦୁଷ୍କର୍ମ କରାଯାଇଥିଲା। ହତ୍ୟାର ମୂଳ କାରଣ ଦୁଷ୍କର୍ମ ବୋଲି ରିପୋର୍ଟରେ ଉଲ୍ଲେଖ ଥିବା ସୂଚନା ମିଳିଛି। ଆଜି ହାଇକୋର୍ଟରେ ପରୀ ମୃତ୍ୟୁ ମାମଲା ଷ୍ଟାଟସ୍ ରିପୋର୍ଟ ଦାଖଲ କରିଥିଲା SIT। ତଦନ୍ତ ଅଗ୍ରଗତି ନେଇ ମୁଦ୍ଦା ଲଫାପାରେ SIT ରିପୋର୍ଟ ଦେଇଥିବା ବେଳେ ରିପୋର୍ଟକୁ ନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା। ଆସନ୍ତା ୨୪ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ସୂଚନାଯୋଗ୍ୟ, ୪ ମାସ ତଳେ ୫ ବର୍ଷର ଝିଅ ପରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। କିନ୍ତୁ ହତ୍ୟାକାରୀ ଧରା ନପଡ଼ିବାରୁ କିଛିଦିନ ତଳେ ବିଧାନସଭା ଆଗରେ ପରୀର ବାପା-ମା ଆତ୍ମାହୁତି ଉଦ୍ୟମ କରିଥିଲେ। ଯାହା ପରେ ପରୀ ଘଟଣା ସାମ୍ନାକୁ ଆସିଥିଲା ଓ ପରେ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ SIT ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ।

Leave A Reply

Your email address will not be published.