ଏଏନଏସ : ରାଜ୍ୟ ସରକାରଙ୍କ ନୂଆ ଅବକାରୀ ନୀତି ପ୍ରଣୟନ । ପରବର୍ତ୍ତୀ ସମୟ ପାଇଁ ସରକାର ନୂଆ ଅବକାରୀ ନୀତି ପ୍ରଣୟନ କରିଛନ୍ତି। ଏଥିରେ ବେଆଇନ ମଦ କାରବାରକୁ ରୋକିବା ତଥା ମଦ୍ୟପାନ ସମ୍ପର୍କରେ ଜନ ସଚେତନତା ସୃଷ୍ଟି ପାଇଁ ନିମ୍ନଲିଖିତ ସର୍ତ୍ତ ମାନ ରଖା ଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ଏହି ନୂଆ ଅବକାରୀ ନୀତି ଲାଗୁ ହେବ ।
ଆସନ୍ତୁ ଜାଣିବା ସର୍ତ୍ତ ଗୁଡିକ କ’ଣ କ’ଣ ରହିଛି…..
- ଚଳିତ ଆର୍ଥିକ ବର୍ଷରେ ନୂଆ ବିଦେଶୀ ମଦ ଦୋକାନ ଖୋଲିବନି ।
- ଗ୍ରାମାଞ୍ଚଳରେ କେବଳ ୩-ଷ୍ଟାର ଏବଂ ତଦୁର୍ଦ୍ଧ ବର୍ଗର ହୋଟେଲ ବ୍ୟତୀତ କୌଣସି ନୂଆ ମଦ ଦୋକାନ ଖୋଲା ଯିବାର ବ୍ୟବସ୍ତା କରାଯାଇନାହିଁ ।
- ଚଳିତ ଆର୍ଥିକ ବର୍ଷରେ ପୂର୍ବରୁ ନବୀକରଣ ହୋଇନଥିବା ୫୭ ଗୋଟି ଅନ ସପର ପୁନଃ ନବୀକରଣ କରାଯିବ ନାହିଁ ।
- ପ୍ରତିବର୍ଷ ବର୍ଦ୍ଧିତ ହେଉଥିବା ଗଏଛ ଫ୍ୟାକ୍ଟର୍ ଚଳିତ ବର୍ଷ ବର୍ଦ୍ଧିତ ହେବନାହିଁ ।
- ବାର ଗୁଡିକ କେବଳ ସଙ୍ଗୀତ ପରିବେଷଣର ଅନୁମତି ପାଇବେ । କିନ୍ତୁ ନୃତ୍ୟ ପରିବେଷଣକୁ ଅନୁମତି ଦିଆଯିବ ନାହିଁ।
- ନିଶା ସେବନ ବିରୁଦ୍ଧରେ ବ୍ୟାପକ ଜନସଚେତନତା ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ଏକ ସ୍ଵତନ୍ତ୍ର ପାଣ୍ଠିର ବ୍ୟବସ୍ଥା କରିଛନ୍ତି।
ବେଆଇନ ମଦ କାରବାରକୁ ରୋକିବା ଏବଂ ଚଢ଼ାଉ ଜୋରଦାର କରିବା ପାଇଁ ନୂଆ ଅବକାରୀ କେନ୍ଦ୍ର ପ୍ରତିଷ୍ଠା ସହ ନୂଆ ନିଯୁକ୍ତି, କର୍ମଚାରୀଙ୍କୁ ତାଲିମ ଏବଂ ଅଧିକ ଯାନ ଯୋଗାଇବା ପାଇଁ ନୂଆ ଅବକାରୀ ନୀତିରେ ବ୍ୟବସ୍ଥା ରହିଛି ।