You are currently viewing ରାଜ୍ୟରେ ୨୦୮ କୋଭିଡ୍ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ୨୦୮ କୋଭିଡ୍ ପଜିଟିଭ୍ ଚିହ୍ନଟ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର ୦୬/୧୧ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୧୫୧ରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୩ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ରୁ ୨୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସକ୍ରିୟ ମାମଲା ୩୩୧୯ଟି ରହିଥିବା ବେଳେ ୧୦୩୧୪୨୫ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ସୂଚନା ଦେଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।