You are currently viewing ଶ୍ରୀଜିଉଙ୍କ ବନକଲାଗି ନୀତି : ସନ୍ଧ୍ୟା ୬ଟାରୁ ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ଶ୍ରୀଜିଉଙ୍କ ବନକଲାଗି ନୀତି : ସନ୍ଧ୍ୟା ୬ଟାରୁ ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

  • Post category:ଓଡିଶା
  • Reading time:1 mins read

ଏଏନଏସ : ଆଜି ଶ୍ରାବଣ ମାସ କୃଷ୍ଣ ପକ୍ଷ ତୃତୀୟା ତିଥି। ଏହି ତିଥିରେ ଶ୍ରୀମନ୍ଦିରରେ ଶ୍ରୀ ବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଆଜି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬.୦୦ ଟାରୁ ରାତି ୯.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ। ଏହାଦ୍ଵାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀ ବୃଦ୍ଧି ହୁଏ। ଏହି ବିଶେଷ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ, ଓ କଳା ଇତ୍ୟାଦି ବ୍ୟବହାର କରାଯିବ। ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକମାନେ ଏହି ନୀତି ସମ୍ପାଦନ କରିବେ।

ଅନ୍ୟମାନଙ୍କୁ ଜଣାନ୍ତୁ।