ପେଟ୍ରୋଲ ଦରରେ ପରିବର୍ତ୍ତନ; ଜାଣନ୍ତୁ ଆଜିର ଦର 

ଏଏନ୍ଏସ୍: ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପ୍ରତ୍ୟେକ ଦିନ ପରିବର୍ତ୍ତନ ହୋଇଥାଏ। ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି।ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି।ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୪ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

Leave A Reply

Your email address will not be published.