You are currently viewing ଆଜି ରାଜ୍ୟରେ କରୋନା ନେଲା ୯ ମୁଣ୍ଡ

ଆଜି ରାଜ୍ୟରେ କରୋନା ନେଲା ୯ ମୁଣ୍ଡ

ଭୁବନେଶ୍ୱର, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ, ମୃତକଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି । ଆଜି ରାଜ୍ୟରେ ୯ଜଣ ଆକ୍ରାନ୍ତଙ୍କ ମୁଣ୍ଡ ନେଇଛି କରୋନା । ମୃତକଙ୍କ ମଧ୍ୟରୁ ଗଞ୍ଜାମର ୪ଜଣ, ରାୟଗଡ଼ାର ୨, ଅନୁଗୁଳ, ବାଲେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୩୦୫କୁ ବୃଦ୍ଧି ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।