ଆଜି ରାଜ୍ୟରେ ୧୨୬୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୮୪୭ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୪୧୭ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଆଜି ୨୭ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
