You are currently viewing ରାଜ୍ୟରେ ଆଜି ୧୯୭୭ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଜି ୧୯୭୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ୩୦ ଜିଲ୍ଲାରୁ ଆଜି ପୁଣି ୧୯୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୨୪୧ ଓ ସ୍ଥାନୀୟ ଅଞ୍ଚଳରୁ ୭୩୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪୬୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଖୋର୍ଦ୍ଧାରୁ ସର୍ବାଧିକ ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।