You are currently viewing ଆଜି ୩୬୩୧ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ୩୬୩୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୩୬୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୨୧୪ ଓ ସ୍ଥାନୀୟ ଅଞ୍ଚଳରୁ ୧୪୧୭ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୪୧୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଖୋର୍ଦ୍ଧାରୁ ୭୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।