dipawali

ଆଜି ଦେବ ଦୀପାବଳୀର ଶେଷ ଦିନ

  • Post category:ଓଡିଶା
  • Reading time:1 mins read

ପୁରୀ(ଏଏନଏସ): ଆଜି ହେଉଛି ଦେବ ଦୀପାବଳୀର ଶେଷ ଦିନ। ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ମଧ୍ୟ କରିଥାନ୍ତି । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ଶ୍ରୀମନ୍ଦିରରେ ପାଳନ ହେବାର ପରମ୍ପରା ରହିଆସିଛି ।

ଉଲ୍ଲେଖ ଅନୁଯାୟୀ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ମହାପ୍ରଭୁ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ପ୍ରଦାନ କରିଥିଲେ। ଗତକାଲି ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେବା ସହ ଆଜି ତୃତୀୟ ଦିନ ଅର୍ଥାତ ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ ପ୍ରଦାନ କରିବାର ପରମ୍ପରା ରହିଛି।

ଏହିଦିନ ମାନଙ୍କରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷ ଉଦେଶ୍ୟରେ ଶ୍ରାଦ୍ଧ ତର୍ପଣ ଆଦି କରିବା ସହ ଶ୍ରୀ ମନ୍ଦିର ଚୁଡା ରେ ମହାଦୀପ ମଧ୍ୟ ପ୍ରଜ୍ବଳିତ ହୋଇଥାଏ । ତେଣୁ ଏହାକୁ ଦେବଦୀପାବଳି କୁହାଯାଏ। 

ଅନ୍ୟମାନଙ୍କୁ ଜଣାନ୍ତୁ।