You are currently viewing ଘୁର୍ଣ୍ଣିବଳୟ ସକ୍ରିୟ; ଦୁଇ ଦିନ ପ୍ରବଳ ବର୍ଷିବ, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଘୁର୍ଣ୍ଣିବଳୟ ସକ୍ରିୟ; ଦୁଇ ଦିନ ପ୍ରବଳ ବର୍ଷିବ, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଏଏନ୍ଏସ୍): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ସୂଚନା ଅନୁସାରେ, ଆଗାମୀ ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ– କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୨ ଦିନ ରାଜ୍ୟରେ ବିସ୍ତୃତ ବର୍ଷା। ୭ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏନେଇ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

ଆଗାମୀ ୨୪ ଘଣ୍ଟା ଭିତରେ କୋରାପୁଟ, କଳାହାଣ୍ଡି, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ତଥା ୭ରୁ ୨୦ ସେମି ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ଅନୁଗୋଳ, ସୋନପୁର, ବୌଦ୍ଧ, ବରଗଡ଼, ରାୟଗଡ଼ା, ବଲାଙ୍ଗିର, ନୂଆପଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ୭ରୁ ୧୧ ସେମି ହୋଇପାରେ । ଏଥୁ ସହ ବିଜୁଳି ଓ ଘଡଘଡି ମାରିବାର ସମ୍ଭାବନା ରହିଛି। ସେନେଇ ୟେଲୋ ୱାଣ୍ଡିଂ ଜାରି କରାଯାଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।