You are currently viewing ଆଜିଠୁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା

ଆଜିଠୁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର (1.2.23): ଆଜିଠୁ ଆରମ୍ଭ ହେବ ତୋଷାଳି ମେଳା। ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ବାରା ଚଳିତ ବର୍ଷ ସପ୍ତଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆଜିଠୁ ଆରମ୍ଭ ହୋଇ ଫେବୃଆରୀ ୧୨ ପର୍ଯ୍ୟନ୍ତ ଚାଲିବ । ଭୁବନେଶ୍ବର ଜନତା ମଇଦାନରେ ହେବ ତୋଷାଳି ମେଳା। ଏହି ମେଳାରେ ଦେଶର ବିଭିନ୍ନ ପ୍ରାନ୍ତରୁ କାରିଗର ଓ ବୁଣାକାରମାନେ ଅଂଶଗ୍ରହଣ କରିବେ ଏବଂ ସେମାନଙ୍କର ପାରମ୍ପରିକ ତଥା ସମସାମୟିକ ହସ୍ତତନ୍ତ ଓ ହସ୍ତଶିଳ୍ପ ଉତ୍ପାଦ ପ୍ରଦର୍ଶନ କରିବେ ।ଏଥ୍ ସହିତ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ବିକ୍ରି ନିମନ୍ତେ ଆବଶ୍ୟକୀୟ ବଜାର ସୃଷ୍ଟି କରିବା ସହ ସେମାନଙ୍କୁ ସ୍ଵାବଲମ୍ବୀ କରିବା ନିମନ୍ତେ ଏହି ମେଳା ପ୍ରକୃଷ୍ଟ ମଞ୍ଚ ସାବ୍ୟସ୍ତ ହେବ । ଭାରତୀୟ ପାରମ୍ପରିକ କଳା, ହସ୍ତଶିଳ୍ପ ଏବଂ ହସ୍ତତନ୍ତର ସଂରକ୍ଷଣ କରିବା ଏବଂ କାରିଗର ଓ ବୁଣାକାରମାନଙ୍କ ସାମଗ୍ରୀର ପ୍ରସ୍ତୁତି କୌଶଳ ତଥା ସୃଜନାତ୍ମକ ଜଟିଳତାକୁ ଲୋକମାନଙ୍କ ସମ୍ମୁଖରେ ଉପସ୍ଥାପନ ମାଧ୍ୟମରେ ସଚେତନତା ସୃଷ୍ଟି କରିବା ଏହି ମେଳାର ଉଦ୍ଦେଶ୍ୟ । ଚଳିତ ବର୍ଷ ଏହି ମେଳାରେ ୫୬୦ ଜଣ କାରିଗର ଓ ବୁଣାକାର ଅଂଶଗ୍ରହଣ କରୁଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।