ଆଜି ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରାଏଲ୍ ରନ୍

ଏଏନଏସ୍: ପୁରୀ-ରାଉରକେଲା ମଧ୍ୟରେ ସେପ୍ଟେମ୍ବର ଶେଷ ସୁଦ୍ଧା ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ୍। ଏନେଇ ଆଜି ଟ୍ରାଏଲ୍ ରନ୍ ହୋଇଛି। ସକାଳ ୫ଟାରେ ପୁରୀ ଷ୍ଟେସନ ଛାଡି ଅପରାହ୍ନ ୧୨ଟା ୪୫ ମିନିଟ୍ରେ ରାଉରକେଲାରେ ଷ୍ଟେସନରେ ପହଞ୍ଚିଛି। ଅପରାହ୍ନ ୨ଟା ୧୦ ମିନିଟ୍ରେ ରାଉରକେଲା ଷ୍ଟେସନ ଛାଡି ରାତି ୯ଟା ୪୦ ମିନିଟ୍ରେ ପୁରୀ ଷ୍ଟେସନରେ ପହଞ୍ଚିବ।

ପୁରୀ-ରାଉରକେଲା ମଧ୍ୟରେ ମୋଟ ୧୦ଟି ଷ୍ଟେସନ ପୁରୀ, ଖୋର୍ଦ୍ଧାରୋଡ, ଭୁବନେଶ୍ବର, କଟକ, ଡେଙ୍କାନାଳ, ଅନୁଗୋଳ, କେରେଜେଙ୍ଗା, ସମ୍ବଲପୁର ସିଟି, ଝାରସୁଗୁଡା ଓ ଶେଷରେ ରାଉରକେଲା ଷ୍ଟେସନରେ ପହଞ୍ଚିବ। ରାଉରକେଲାରୁ ପୁରୀ ମଧ୍ୟରେ ରେଳ ଦୂରତା ୫୦୫ କିଲୋମିଟର ଥିବାବେଳେ ଯାତ୍ରା ପାଇଁ ୭ ଘଣ୍ଟା ୪୫ ମିନିଟ୍ ସମୟ ଲାଗିବ। ଟ୍ରାଏଲ ରନ୍ ବେଳେ ଟ୍ରେନ୍ଟି ଘଣ୍ଟା ପ୍ରତି ହାରାହାରି ୬୩.୩୩ କିମିରୁ ୬୫.୧୬ କିମି ବେଗରେ ଚାଲିବ ବୋଲି କୁହାଯାଇଛି।

Leave A Reply

Your email address will not be published.