You are currently viewing ଭିଜିଲାନ୍ସ ହାତରେ କନିଷ୍ଠ ଯନ୍ତ୍ରୀ

ଭିଜିଲାନ୍ସ ହାତରେ କନିଷ୍ଠ ଯନ୍ତ୍ରୀ

ଅନୁଗୁଳ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସରେ ଭିଜିଲାନ୍ସ ରେଡ଼ ହୋଇଛି।  ଭିଜିଲାନ୍ସ କଟକ ଡିଭିଜନ ଏସ୍‌ପି ଶଶିଭୂଷଣ ମିଶ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ଚାଲିଛି । ନିଆଳିର ସିଠାଳୋସ୍ଥିତ ପୈତୃକ ବାସଭବନ , ଶ୍ୱଶୁର ଘର ସମେତ ୪ଟି ଜାଗାରେ ଭିଜିଲାନ୍ସ ଏକକାଳୀନ ଚଢାଉ କରୁଛି । ତେବେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ ।

ଅନ୍ୟମାନଙ୍କୁ ଜଣାନ୍ତୁ।