ପାରଳାଖେମୁଣ୍ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଧ୍ୟାପକ ଜି. ନାଗେଶ୍ଵର ରାଓଙ୍କ ପାରଳାଖେମୁଣ୍ଡି ସ୍ଥିତ ରାଧାଗୋବିନ୍ଦ ନଗର ଦ୍ବିତୀୟ ଲାଇନରେ ଭିଜିଲାନ୍ସ ଚଢ଼ଉ ଜାରି ରହିଥିବାର ଖବର ମିଳିଛି। ତାଙ୍କର ବାସଭବନ ସମେତ ୬ଟି ସ୍ଥାନରେ ଚଢ଼ଉ ଚାଲିଥିବା ନେଇ ସୂଚନା ମିଳିଛି। ସୂଚନା ମୁତାବକ ଜି. ନାଗେଶ୍ଵର ରାଓ ବର୍ତ୍ତମାନ ଗଜପତି ଜିଲ୍ଲା ଗୁରାଣ୍ଡିସ୍ଥିତ ମୀନକେତନ ମହାବିଦ୍ୟାଳୟରେ ଅଧ୍ୟାପକ ଭାବେ କାର୍ଯ୍ୟରତ । ବର୍ତ୍ତମାନ ସୁଦ୍ଧା ୩୦ଲକ୍ଷ ଟଙ୍କାରୁ ଅଧିକ ନଗଦ ମିଳିଥିବା ବେଳେ ଆନୁମାନିକ ୨କୋଟି ଟଙ୍କା ମୂଲ୍ୟର ଘର ଏବଂ ଅନ୍ୟାନ୍ୟ ଜିନିଷ ମିଳିଥିବା ଜାଣିବାକୁ ମିଳୁଛି ।
