You are currently viewing କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୨୩ଟି ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି

କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୨୩ଟି ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୦୫/୦୫, ଆସନ୍ତା ୮ ତାରିଖ ପରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା। ଲଘୁଚାପ ପରେ ବାତ୍ୟା ନେଇ ସ୍ପଷ୍ଟତା ଆସିବ ବୋଲି କହିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ବାତ୍ୟା କେଉଁଆଡେ ମୁହାଁଇବ କେତେ ତୀବ୍ରତା ରହିବ ତାର ପୂର୍ବାନୁମାନ ହୋଇନି। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ପଷ୍ଟ ସୂଚନା ଦେଇପାରିବୁ ବୋଲି କହିଛନ୍ତି ଆଇଏମ୍‌ଡି ଡିଜି। ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଏହାର ପ୍ରଭାବ ସମ୍ପର୍କରେ କହିହେବ। IMD ସୂଚନା ଅନୁଯାୟୀ, ଆସନ୍ତାକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଥିବାବେଳେ ୭ ସୁଦ୍ଧା ଲଘୁଚାପ ଓ ପରବର୍ତ୍ତୀ ସମୟରେ ଏହା ବାତ୍ୟାରେ ପରିଣତ ହେବ। ଓଡିଶା ଉପରେ ଏହାର ପ୍ରଭାବ ରହିବ କି ନାହିଁ ପରବର୍ତ୍ତୀ ସମୟରେ ସ୍ପଷ୍ଟ ହେବ । ସାଧାରଣତ ଖରାଦିନେ ଓ ଅକ୍ଟୋବର,ନଭେମ୍ବର, ଡିସେମ୍ବରରେ ବାତ୍ୟା ସୃଷ୍ଟି ହୋଇଥାଏ । ବିଶେଷକରି ମେ ମାସରେ ଅଧିକ ବାତ୍ୟା ସୃଷ୍ଟି ହୋଇଥାଏ । ତେଣୁ ଓଡ଼ିଶା ଉପରେ ଏହାର ପ୍ରଭାବକୁ ନେଇ ଆକଳନ କରାଯାଇପାରିନାହିଁ। ସେପଟେ ରାଜ୍ୟରେ ଜାରି ରହିଛି କାଳବୈଶାଖୀ ପ୍ରଭାବ। ବିଭିନ୍ନ ସ୍ଥାନରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ଲାଗି ରହିଛି। ଆଗାମୀ ୨୪ ଘଣ୍ଟାରେ ୧୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ୨୩ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ଅନ୍ୟମାନଙ୍କୁ ଜଣାନ୍ତୁ।