You are currently viewing ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୧୫/୦୩, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଭାରତ ମହାସାଗର ଓ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଲଘୁଚାପ ହେବା ପରେ ଏହା ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରିଛନ୍ତି। ତେବେ ଆସନ୍ତା ମାର୍ଚ୍ଚ ୨୦ରେ ବାତ୍ୟା ନେଇ ଚିତ୍ର ସ୍ପଷ୍ଟ ହେବ । ଲଘୁଚାପଟି ବାରମ୍ବାର ଦିଗ ପରିବର୍ତ୍ତନ କରିବାର ସମ୍ଭାବନା ଥିବାରୁ ଏହା ଭାରତ କିମ୍ବା ଓଡ଼ିଶା ସ୍ପର୍ଶ କରିବ କି ନାହିଁ ତାହା ଏବେ ଠାରୁ ଆକଳନ କରିବା କଷ୍ଟକର।

ଅନ୍ୟମାନଙ୍କୁ ଜଣାନ୍ତୁ।