winter

ଆସନ୍ତା ୨ଦିନ ପରେ ବଦଳିବ ପାଗ, ବଢ଼ିବ ଶୀତ 

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଖାସ୍ କରି, ଉପକୂଳ ଓଡ଼ିଶା ସମେତ ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ତି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ସୂଚନା ଅନୁଯାୟୀ, ଗତ ଦୁଇ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ସୋମବାର ଦକ୍ଷିଣ ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା ଆଦି ଜିଲ୍ଲାରେ ବର୍ଷା ହେବା ନେଇ ସମ୍ଭାବନା ରହିଛି । ସେହିପରି ମଙ୍ଗଳବାର ଦିନ କୋରାପୁଟ, ଗଜପତି, ରାୟଗଡ଼ା ଓ ମାଲକାନଗିରିର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ଯମ ଧରଣର ବର୍ଷା ହେବ।  ୮  ତାରିଖ ବେଳକୁ ପାଖ ଶୁଖିଲା ରହିବା ସହ ପାଗରେ ପରିବର୍ତ୍ତନ ହେବ।

ସୂଚନା ଅନୁଯାୟୀ, ଆସନ୍ତା ୨ ଦିନ ରାଜ୍ୟର ପାଣିପାଗ ଅପରିବର୍ତ୍ତିତ ରହିବ। ଏହାପରେ ଧୀରେଧୀରେ ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ଖସିବ। ଫଳରେ ରାଜ୍ୟରେ ଥଣ୍ଡା ଅନୁଭୂତ ହେବ ବୋଲି ଆଞ୍ଚଳିକ ପା‌ଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

 

ଅନ୍ୟମାନଙ୍କୁ ଜଣାନ୍ତୁ।