You are currently viewing ଆସୁଛି ଲଘୁଚାପ

ଆସୁଛି ଲଘୁଚାପ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର-୧୧.୧୦.୨୦୨୧, ପୁଣି ଆସୁଛି ଆଉ ଏକ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ପ୍ରଭାବରେ ୧୩ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ୧୩ ସୁଦ୍ଧା ଲଘୁଚାପ ସୃଷ୍ଟି ହେବ ଆକଳନ କରାଯାଇଛି । ଲଘୁଚାପ ସୃଷ୍ଟି ପରେ ଏହା ପଶ୍ଚିମ ଉତ୍ତର ଦିଗକୁ ଅଗ୍ରସର ହେବ। ପଶ୍ଚିମ-ଉତ୍ତର ମୁହାଁ ହୋଇ ୧୫ ସୁଦ୍ଧା ଉପକୂଳ ଛୁଇଁବା ସମ୍ଭାବନା ରହିଛି । ଲଘୁଚାପ ଭାବେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ମଧ୍ୟରେ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।