You are currently viewing ତାତିରୁ ମିଳିବ ତ୍ରାହି, ଆସୁଛି ଲଘୁଚାପ

ତାତିରୁ ମିଳିବ ତ୍ରାହି, ଆସୁଛି ଲଘୁଚାପ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୦୪/୦୪, ଆସୁଛି ଲଘୁଚାପ। ଆସନ୍ତା ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସୋମବାର ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ବିଭାଗ ପୂର୍ବାନୁମାନ କରିଛି ।
ସେହିପରି ରବିବାର ଟିଟିଲାଗଡ଼ ପରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ଏଠାରେ ଦିନବେଳା ତାପମାତ୍ରା ୪୧.୬ ଡିଗ୍ରୀ ରେକର୍ଡ ହୋଇଛି । ସେପଟେ ବୌଦ୍ଧ, ବଲାଙ୍ଗୀର ଓ ଝାରସୁଗୁଡ଼ାରେ ତାପମାତ୍ରା ୪୧.୫ଡିଗ୍ରୀ ରହିଥିଲା । ସମ୍ବଲପୁରରେ ୪୧.୧ ଓ ସୋନପୁରରେ ତାପମାତ୍ରା ୪୧ ଡିଗ୍ରୀ ଥିଲା ।

ଅନ୍ୟମାନଙ୍କୁ ଜଣାନ୍ତୁ।