You are currently viewing ଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ) ୦୫/୧୧: ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ। ବିଶେଷକରି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଯାହାଫଳରେ ଆସନ୍ତା ୯ ତାରିଖ ପରେ ରାଜ୍ୟରେ ଶୀତ ବଢ଼ିବାର ସମ୍ଭାବନା ରହିଛି। ଏହା ପୂର୍ବରୁ ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଅବଶ୍ୟ ଲଘୁଚାପର ପ୍ରଭାବ ଓଡିଶାରେ ବିଶେଷ ଭାବେ ପଡ଼ିନଥିଲା ।

ଅନ୍ୟମାନଙ୍କୁ ଜଣାନ୍ତୁ।