cold weather

ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା

ଏଏନଏସ : ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ। ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୮ କିମି ବେଗରେ ଗତି କରୁଛି। ବାଂଲାଦେଶ ଉପକୂଳ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ୪୮ ଘଣ୍ଟାରେ ମୁହାଁଇବ ବୋଲି ଆକଳନ କରାଯାଇଛି। ଏହାର ପ୍ରଭାବରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏନେଇ ମୟୂରଭଞ୍ଜ, କେନ୍ଦୁଝରକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁରକୁ ୟେଲୋ ଆଲର୍ଟ କରାଯାଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।