You are currently viewing ବଙ୍ଗୋପସାଗରରେ ୱେଲ ମାର୍କଡ ଲୋ ପ୍ରେସର

ବଙ୍ଗୋପସାଗରରେ ୱେଲ ମାର୍କଡ ଲୋ ପ୍ରେସର

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୦୮/୦୮, ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଘନୀଭୂତ ହୋଇ ସଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଅଧିକ ଆହୁରି ଘନୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାପରେ ପଶ୍ଚିମ ମୁହାଁ ହୋଇ ଛତିଶଗଡ଼ ଉପରେ ରହିବ। ଆଜି ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି କୋରାପୁଟ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଫଳରେ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ , ତଳୁଆ ଅଞ୍ଚଳରେ ପାଣି ଜମିବା ଭଳି ସମସ୍ୟା ସୃଷ୍ଟି ହେବା ସହ କଚ୍ଚା ଘର ଭୁଷୁଡି ପଡିବା ଓ ଚାଷ ଜମିରେ ପାଣି ଜମି ରହିବା ଫଳରେ ଫସଲ ନଷ୍ଟ ସମ୍ଭାବନା ରହିଛି। ତେଣୁ ଏନେଇ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୧୦ ତାରିଖ ପରେ କମିବ ବର୍ଷା । ପ୍ରବଳ ବର୍ଷା ଯୋଗୁଁ ରାଜ୍ୟର ପ୍ରମୁଖ ନଦୀ ଗୁଡିକରେ ଜଳସ୍ତର ବୃଦ୍ଧି ପାଉଛି।

ଅନ୍ୟମାନଙ୍କୁ ଜଣାନ୍ତୁ।