Koshal

ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ ଆଜି ପଶ୍ଚିମ ଓଡିଶା ବନ୍ଦ ଡାକରା

  • Post category:ଓଡିଶା
  • Reading time:1 mins read

ଏଏନଏସ: ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ ଆଜି ପଶ୍ଚିମ ଓଡିଶା ବନ୍ଦ ଡାକରା । କୋଶଳ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ପଶ୍ଚିମ ଓଡିଶାକୁ ଅବହେଳା, ବୈମାତୃକ ମନୋଭାବ, ଭାଷାକୁ ବିରୋଧ ଅଭିଯୋଗ ଆଣି ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବି କରାଯାଉଛି । ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ଏବଂ କୋଶଳାଂଚଳର ଭାବାବେଗ ପ୍ରସଙ୍ଗକୁ ନେଇ ଏହି ମହାବନ୍ଦ ଡାକରା ଦିଆଯାଇଥିବା କମିଟି ପକ୍ଷରୁ କୁହାଯାଇଛି । ବନ୍ଦ ଡାକରାରେ ପଶ୍ଚିମ ଓଡିଶାର ୧୦ଟି ଜିଲ୍ଲା ଓ ଅନୁଗୋଳ ଜିଲ୍ଲାର ଆଠମଲ୍ଲିକ ସବଡିଭିଜନ ସାମିଲ ହେବା ସହ ଆଜି ସମସ୍ତ ସରକାରୀ, ବେସରକାରୀ ଅଫିସ, ଗାଡି ଚଳାଚଳ ଦୋକାନ ବଜାର ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି । 

ପଶ୍ଚିମ ଓଡିଶାର ସମସ୍ତ ଅଂଚଳରେ ଦୋକାନ ବଜାର ବନ୍ଦ ରଖିବା ସହ ଗାଡିଚଳାଚଳ ବନ୍ଦ ରଖି ବନ୍ଦ ଡାକରାକୁ ସଫଳ କରିବାକୁ ମିଳିତ କ୍ରିୟାନୁଷ୍ଠାନ କମିଟି ଆହ୍ୱାନ ଦେଇଛି । 

ଅନ୍ୟମାନଙ୍କୁ ଜଣାନ୍ତୁ।