You are currently viewing ରାଜ୍ୟର ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ : ସତର୍କ ରହିବାକୁ ପାଣିପାଗ କେନ୍ଦ୍ରର ପରାମର୍ଶ

ରାଜ୍ୟର ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ : ସତର୍କ ରହିବାକୁ ପାଣିପାଗ କେନ୍ଦ୍ରର ପରାମର୍ଶ

ଏଏନଏସ: ରାଜ୍ୟର ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି । ପ୍ରବଳ ବର୍ଷା ଝଡ଼ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ଏନେଇ କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା ଏବଂ ବରଗଡ଼ ଭଳି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହିସବୁ ଜିଲ୍ଲାବାସୀ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପାଣିପାଗ ଗତିବିଧି ଉପରେ ନଜର ରଖିବା ସହ ବଜ୍ରପାତ ମୁକ୍ତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।