You are currently viewing ରାଜ୍ୟରେ ଦୁର୍ବଳ ରହିଛି ମୌସୁମୀ,୧୯ ଜିଲ୍ଲାରେ ୟେଲ୍ଲୋ ୱାର୍ଣ୍ଣିଙ୍ଗ ଜାରି

ରାଜ୍ୟରେ ଦୁର୍ବଳ ରହିଛି ମୌସୁମୀ,୧୯ ଜିଲ୍ଲାରେ ୟେଲ୍ଲୋ ୱାର୍ଣ୍ଣିଙ୍ଗ ଜାରି

ଭୁବନେଶ୍ୱର-୧୦.୦୮.୨୦୨୧, ରାଜ୍ୟରେ ଦୁର୍ବଳ ରହିଛି ମୌସୁମୀ ଜଳବାୟୁ ।ତେବେ ୩ ଦିନ ଯାଏ ଵର୍ଷା ଓ ବିଜୁଳି, ଘଡଘଡି ହେବାର ସମ୍ଭାବନା ରହିଛି । ଏନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ଜିଲ୍ଲାଗୁଡିକ ହେଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ନୟାଗଡ଼, କଟକ ଓ ଯାଜପୁର । ଲୋକମାନଙ୍କୁ ସତର୍କ ରହିବା ସହ ବଜ୍ରପାତ ସମୟରେ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।