କାଳବୈଶାଖୀ ସମ୍ଭାବନା; ୨୧ ଜିଲ୍ଲାରେ ୟେଲ୍ଲୋ ୱାର୍ଣ୍ଣିଙ୍ଗ ଜାରି

ଭୁବନେଶ୍ୱର-୨୧.୦୪.୨୦୨୧, ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଓ ଘୂର୍ଣ୍ଣିଝଡ ସମ୍ଭାବନା ନେଇ ୨୧ ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଙ୍ଗ ଜାରି କଲା ପାଣିପାଗ ବିଭାଗ । ଜିଲ୍ଲାଗୁଡିକ ଯଥା- ଝାରସୁଗୁଡା, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ଦେବଗଡ, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, ମାଲକାନଗିରି, ଭଦ୍ରକ, ବାଲେଶ୍ୱର, କୋରାପୁଟ, ରାୟାଗଡା, ବରଗଡ, ନୂଆପଡା, ଢ଼େଙ୍କାନାଳ, ଯାଜପୁରରେ ସତର୍କ ସୂଚନା ଜାରି କରାଯାଇଛି । ସୂଚନା ଅନୁସାରେ ଏହି ଜିଲ୍ଲାଗୁଡିକର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସମ୍ଭାବନା ରହିଛି ଏବଂ ଏହା ସହ ବିଜୁଳି ଓ ଘଡ଼ଘଡ଼ି ସହ ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.