You are currently viewing ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି; ୪ ସପ୍ତାହ ପାଇଁ ମିଳିଲା ଜାମିନ

ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି; ୪ ସପ୍ତାହ ପାଇଁ ମିଳିଲା ଜାମିନ

ଆନ୍ଧ୍ରପ୍ରଦେଶ: ଦକ୍ଷତା ବିକାଶ ମାମଲାରେ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଡିପି ମୁଖ୍ୟ ଏନ୍‌. ଚନ୍ଦ୍ରବାବୁ ନାଇଡୁଙ୍କୁ ଚାରି ସପ୍ତାହ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ଏନେଇ ହାଇକୋର୍ଟର ଓକିଲ ସୁନକାରା କୃଷ୍ଣମୂର୍ତ୍ତି ଏହି ସୂଚନା ଦେଇଛନ୍ତି।

ଓକିଲ ସୁନକାରା କୃଷ୍ଣମୂର୍ତ୍ତି ଦେଇଥିବା ସୂଚନା ଅନୁଯାୟୀ ଚନ୍ଦ୍ରବାବୁ ନାଇଡୁଙ୍କୁ ନଭେମ୍ବର ୨୪ ପର୍ଯ୍ୟନ୍ତ ଜାମିନ ପ୍ରଦାନ କରାଯାଇଛି। ଏହା ପରେ ତାଙ୍କୁ ଆତ୍ମସମର୍ପଣ କରିବାକୁ କୁହାଯାଇଛି। ତେବେ ନଭେମ୍ବର ୧୦ରେ କୋର୍ଟ ତାଙ୍କର ମୁଖ୍ୟ ଜାମିନ ଆବେଦନ ଉପରେ ଶୁଣାଣି କରିବେ। ଏଠି ସହ ଡାକ୍ତରଖାନା ବ୍ୟତୀତ ଅନ୍ୟ କୌଣସି କାର୍ଯ୍ୟକ୍ରମରେ ଯୋଗ ନ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।