ଭଦ୍ରକ(ଏଏନଏସ)୦୪ /୧୦, ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ। ଏଥିପାଇଁ ଅକ୍ଟୋବର ୭ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଅକ୍ଟୋବର ୧୪ ସୁଦ୍ଧା ନାମାଙ୍କନପତ୍ର ଦାଖଲ, ଅକ୍ଟୋବର ୧୭ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହେବ। ନଭେମ୍ବର ୬ରେ ଭୋଟ୍ ଗଣତି, ନଭେମ୍ବର ୮ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ଶେଷ ହେବ। ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ ପରେ ଖାଲି ପଡ଼ିଥିବା ଧାମନଗର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ସୋମବାର ଦିନ ଭାରତ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିଛନ୍ତି। ନିର୍ବାଚନ ତାରିଖ ଘୋଷଣା ଦିନ ଠାରୁ ସମଗ୍ର ଭଦ୍ରକ ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ବିଧାନସଭା ନିର୍ବାଚନ ମଣ୍ଡଳୀ ମଧ୍ୟରେ ଥିବା କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟଗୁଡ଼ିକ କ୍ଷେତ୍ରରେ ମଧ୍ୟ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି। ଆଦର୍ଶ ଆଚରଣ ବିଧି ନିର୍ବାଚନରେ ଅଂଶଗ୍ରହଣ କରିବାକୁ ଥିବା ସମସ୍ତ ପ୍ରାର୍ଥୀ, ସମସ୍ତ ରାଜନୈତିକ ଦଳଗୁଡ଼ିକ କ୍ଷେତ୍ରରେ ଓ ବିଧାନସଭା ନିର୍ବାଚନ ମଣ୍ଡଳୀରେ ସଂପୂର୍ଣ୍ଣ ଭାବେ ଲାଗୁ କରାଯାଇଛି।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା