ଝାରସୁଗୁଡ଼ା ୨୧/୦୪, ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସରିଲା ନାମାଙ୍କନ । ଆଜି ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ୨୪ ତାରିଖରେ ପ୍ରତ୍ୟାହାର । ୧୪ ଜଣ ପ୍ରାର୍ଥୀ ଏହି ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ବିଜେଡିରୁ ଦୀପାଳି ଦାସ, ବିଜେପିରୁ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସରୁ ତରୁଣ ପାଣ୍ଡେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଉପନିର୍ବାଚନ ପାଇଁ ୧୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ମେ’ ୧୦ ତାରିଖରେ ନିର୍ବାଚନ ଓ ୧୩ ତାରିଖରେ ଫଳାଫଳ ଘୋଷଣା କରାଯିବ । ଅନ୍ୟପଟେ ବିଜେଡି ଓ ବିଜେପି ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ଘୋଷଣା କରିଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରିବେ । ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ୬ ମନ୍ତ୍ରୀ ପ୍ରଚାରର ମଙ୍ଗ ଧରିବେ । ସେହିଭଳି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ପାଇଁ ପ୍ରଚାରକୁ ଓହ୍ଲାଇବେ ତିନି କେନ୍ଦ୍ରମନ୍ତ୍ରୀ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ପୂର୍ବତନ ରାଜ୍ୟ ସଭାପତି ଷ୍ଟାର କ୍ୟାମ୍ପେନର ତାଲିକାରେ ଅଛନ୍ତି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ