ଭୁବନେଶ୍ୱର: କଂଗ୍ରେସର ୧୩୬ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ପ୍ରଦେଶ କଂଗ୍ରେସ କମିଟି ତରଫରୁ ଓଡିଶା ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି ଭୁବନେଶ୍ୱର ଠାରେ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଥିଲା । ଓଡିଶାରେ ବିଭିନ୍ନ ଅପରାଧିକ ମାମଲାର ଅନୁସନ୍ଧାନ କରୁଥିବା ସିବିଆଇର ଶୀଥିଳତା ପାଇଁ ଲୋକେ ନ୍ୟାୟ ପାଇପାରୁ ନାହାନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି । ଚିଟ୍ଫଣ୍ଡ ସମେତ ମାଧବୀଲତା, ଇତିଶ୍ରୀ ଓ ସସ୍ମିତା ଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତରେ ସିବିଆଇର ଶିଥିଳତା ଯୋଗୁଁ ପଡ଼ିରହିଛି | ଏମିତି ଆହୁରି ଅନେକ ଘଟଣା ଘଟିଛି ଯାହାଫଳରେ ଓଡିଶାର ଜନସାଧାରଣ ଏବଂ ସଂପୃକ୍ତ କ୍ଷତିଗ୍ରସ୍ତ ପରିବାରଗୁଡିକ ଦୀର୍ଘ ଦିନ ଧରି ନ୍ୟାୟ ପାଇବାରୁ ବଞ୍ଚିତ ହୋଇଛନ୍ତି ।ଏସବୁ ପ୍ରସଙ୍ଗ ନେଇ ଆଜି ରାଜ୍ୟ କଂଗ୍ରେସ ପକ୍ଷରୁ ସିବିଆଇ ଅଫିସ ଘେରାଉ କରାଯାଇଥିଲା |
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ