ଭୁବନେଶ୍ୱର୨୭/୦୧, ଆଜି କଳିଙ୍ଗରେ ମହାମୁକାବିଲା । ମଇଦାନକୁ ଓହ୍ଲାଇବେ ୪ଟି ଦଳ । ହକି ବିଶ୍ୱକପର ଆଜି ସେମି ଟକ୍କର । ହକି ବିଶ୍ୱକପ ପାଇଁ ଆଜି ସେମି ଟକ୍କର । ଆଜି କଳିଙ୍ଗ ଷ୍ଟାଡିୟମରେ ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ଜର୍ମାନୀ । ସାଢେ ୪ଟାରୁ କଳିଙ୍ଗରେ ହେବ ମୁକାବିଲା । ମ୍ୟାଚରେ ଅଷ୍ଟ୍ରେଲିଆ ଶତପ୍ରତିଶତ ଭଲ ପ୍ରଦର୍ଶନ କରିବାକୁ ଉଦ୍ୟମ କରିବ ବୋଲି କହିଛନ୍ତି ଅଷ୍ଟ୍ରେଲିଆ କୋଚ୍ କୋଲିନ ବ୍ୟାଚ୍ । ଅଷ୍ଟ୍ରେଲିଆ ଏବେ ବିଶ୍ୱର ଏକ ନମ୍ବର ରାଙ୍କିଙ୍ଗ ଟିମ୍ । ଚଳିତ ବିଶ୍ୱକପରେ ଦଳ ଅପରାଜେୟ ରହିଛି । ସେହିପରି ସନ୍ଧ୍ୟା ୭ଟାରେ ଦ୍ୱିତୀୟ ସେମିଫାଇନାଲରେ ବେଲଜିୟମ ଓ ନେଦାରଲାଣ୍ଡ୍ସ ମଧ୍ୟରେ ହେବ ଟକ୍କର । ବିଶ୍ବର ୪ଟି ଶ୍ରେଷ୍ଠ ଟିମ୍ ସେମିଫାଇନାଲରେ ପ୍ରବେଶ କରିଛନ୍ତି । ଯେଉଁ ଟିମ୍ ଶ୍ରେଷ୍ଠ ପ୍ରଦର୍ଶନ କରିବ ସେହି ଟିମ୍ ଫାଇନାଲକୁ ଯିବ ବୋଲି କହିଛନ୍ତି ହକି ଇଣ୍ଡିଆ ସଭାପତି ଦିଲ୍ଲୀପ ତିର୍କୀ । ଚଳିତ ବିଶ୍ବକପର ପ୍ରଦର୍ଶନ ଆଧାରରେ ଅଷ୍ଟ୍ରେଲିଆ ଓ ନେଦାରଲାଣ୍ଡ୍ସ ଭଲ ପ୍ରଦର୍ଶନ କରୁଥିବା ବେଳେ ଏହି ଦୁଇଟି ଟିମ୍ ଫାଇନାଲ ଯିବାର ସମ୍ଭାବନା ଅଧିକ ବୋଲି ଦିଲ୍ଲୀପ ତିର୍କୀ କହିଛନ୍ତି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ